ଭୁବନେଶ୍ୱର ଅସ୍ମିତାଟିଭି ଲାଇଭି: ଜଳୁଛି ସାରା ଓଡ଼ିଶା। କଲବଲ କରୁଛି ତାତି । ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି । ୫ ଦିନ ମଧ୍ୟରେ ୪ରୁ ୬ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟରେ ୫ ଦିନ ଭିତରେ ୪୫ ଡିଗ୍ରୀ ଛୁଇଁପାରେ ତାପମାତ୍ରା । ଆଜିଠାରୁ ଅସହ୍ୟ ଖରା, ଗରମ ସହ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ଆହୁରି 5 ଦିନ ତାତିରୁ ନିସ୍ତାର ନାହିଁ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ୧୧ଟି ଜିଲ୍ଲା ଯଥା:- ଗଞ୍ଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ, କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ୱରରେ ଅସହ୍ୟ ଗରମ ସହ ଗୁଳୁଗୁଳିର ସମ୍ଭାବନା ଥିବା ବେଳେ ଏହି ସବୁ ଜିଲ୍ଲାଗୁଡ଼ିକୁ ଉଷ୍ମ ଓ ଆଦ୍ର ସ୍ଥିତିକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ପାଇଁ ମଧ୍ୟ ସମାନ ଜିଲ୍ଲାକୁ ଉଷ୍ମ ଓ ଆଦ୍ର ସ୍ଥିତିକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ। କେବଳ ଉପକୂଳ ନୁହେଁ ପଶ୍ଚିମ ଓଡ଼ିଶାର ବଲାଙ୍ଗୀର, ବରଗଡ଼, ଝାରସୁଗୁଡା ଓ ସମ୍ବଲପୁରରେ ଉଷ୍ମ ଓ ଆଦ୍ର ସ୍ଥିତିକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା ୧୭ ତାରିଖ ଯାଏଁ ଏଭଳି ସ୍ଥିତି ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ବିଭାଗ ।
Asmita TV is a dynamic and trusted voice in Odisha, committed to delivering credible, timely, and impactful news to its audience. Our goal is not just to report news, but to provide context, clarity, and perspective.
© 2026, Asmitatv – Latest Odisha News in Odia | Breaking News Today. All Rights Reserved