ଭୁବନେଶ୍ୱର ଅସ୍ମିତାଟିଭି ଲାଇଭି: ଆଜିଠୁ ବଢିବ ତାତି । ରାଜ୍ୟରେ ଅସହ୍ୟ ହେବ ତାତି: ୧୯ ଯାଏଁ ନିସ୍ତାର ନାହିଁ। ତାପମାତ୍ରା ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବୁଦ୍ଧି ନେଇ ଆକଳନ। ୧୧ ଟି ଜିଲ୍ଲାକୁ ହିଟ୍ ୱେଭ୍ ସତର୍କତା ଜାରି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ୧୧ଟି ଜିଲ୍ଲା ଗଞ୍ଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ, କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ୱରରେ ଅସହ୍ୟ ଗରମ ସହ ଗୁଳୁଗୁଳିର ସମ୍ଭାବନା ଥିବା ବେଳେ ଏହି ସବୁ ଜିଲ୍ଲାଗୁଡ଼ିକୁ ଉଷ୍ମ ଓ ଆଦ୍ର ସ୍ଥିତିକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କିଛି ସ୍ଥାନରେ ପାରଦ ୪୫ ଡିଗ୍ରୀ ଟପିବା ଆଶଙ୍କା କରାଯାଉଛି। ବିଶେଷକରି ଉପକୂଳ ଓ ପଶ୍ଚିମ ଓଡ଼ିଶାର ଲୋକେ ଗରମ ଗୁଳୁଗୁଳିରେ ସନ୍ତୁଳି ହେବେ।
Asmita TV is a dynamic and trusted voice in Odisha, committed to delivering credible, timely, and impactful news to its audience. Our goal is not just to report news, but to provide context, clarity, and perspective.
© 2026, Asmitatv – Latest Odisha News in Odia | Breaking News Today. All Rights Reserved